ତୈଳଦର ବୃଦ୍ଧି ବିରୁଦ୍ଧରେ ଏସ୍‌.ୟୁ.ସି.ଆଇ(କମ୍ୟୁନିଷ୍ଟ) ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ବିକ୍ଷୋଭ

Sarbaharakranti News – ଅନୁଗୁଳ – ୧୫/୦୭ – ପେଟ୍ରୋଲ, ଡିଜେଲ, ରନ୍ଧନଗ୍ୟାସ୍ ଓ ନିତ୍ୟବ୍ୟବହାର୍ଯ୍ୟ ଜନିଷର ଆକାଶଛୁଆଁ ମୂଲ୍ୟବୃଦ୍ଧି ବିରୁଦ୍ଧରେ ଏସ୍‌.ୟୁ.ସି.ଆଇ(କମ୍ୟୁନିଷ୍ଟ) ପକ୍ଷରୁ ଡାକରା ଦିଆଯାଇଥିବା ସାରା ଓଡିଶା ପ୍ରତିବାଦ ଦିବସ ଉପଲକ୍ଷେ ଏସ୍‌.ୟୁ.ସି.ଆଇ(କମ୍ୟୁନିଷ୍ଟ) ଅନୁଗୁଳ ଆଞ୍ଚଳିକ କମିଟି ଉଦ୍ୟୋଗରେ ଅମଲାପଡା ଠାରୁ ଏକ ଶୋଭାଯାତ୍ରାରେ ବାହାରି ବିଭିନ୍ନ ସ୍ଲୋଗାନ୍ ମାନ ଦେଇ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଆଞ୍ଚଳିକ କମିଟି ସମ୍ପାଦକ ବ୍ରଜବନ୍ଧୁ ସାହୁଙ୍କ ପରିଚାଳନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏଠାରେ ପ୍ରକାଶଯୋଗ୍ୟଯେ କରୋନା ମହାମାରୀ ସମୟରେ ତୈଳଦର ସମେତ ସମସ୍ତ ନିତ୍ୟବ୍ୟବହାର୍ଯ୍ୟ ଜିନିଷର ଆକାଶଛୁଆଁ ମୂଲ୍ୟବୃଦ୍ଧି ଯୋଗୁଁ ଜନଜୀବନ ନାହିଁ ନଥିବା ସମସ୍ୟା ଦେଇ ଗତି କରୁଛନ୍ତି । ଅନ୍ୟ ପକ୍ଷରେ କେନ୍ଦ୍ର ଓ ରାଜ୍ୟ ସରକାର କର୍ପୋରେଟ୍ ସ୍ୱାର୍ଥରେ ତୈଳନୀତି ପରିଚାଳନା କରୁଛନ୍ତି । ଏହା ବିରୁଦ୍ଧରେ ଦୀର୍ଘସ୍ଥାୟୀ ଗଣଆନ୍ଦୋଳନ ଗଢ଼ି ତୋଳିବାକୁ ଆନ୍ଦୋଳନରେ ସାମିଲ ଥିବା ଏସ୍‌.ୟୁ.ସି.ଆଇ(କମ୍ୟୁନିଷ୍ଟ) ଜିଲ୍ଲା କମିଟି ସଭ୍ୟ ସୁବାସ ପ୍ରଧାନ, ସରୋଜିନୀ ନାୟକ, ମନ୍ଦୋଦରୀ ରାଉଳ, ସଞ୍ଜୟ ସାହୁଙ୍କ ସମେତ ବିଷ୍ଣୁ ସାହୁ, ନିରଞ୍ଜନ ନାୟକ, ନିରୂପମା ନାୟକ, ନାରାୟଣ ନାୟକ ପ୍ରମୁଖ ଆହ୍ୱାନ କରିଛନ୍ତି । ସେହିପରି ଏସ୍‌.ୟୁ.ସି.ଆଇ(କମ୍ୟୁନିଷ୍ଟ) ଜରପଡା ଆଞ୍ଚଳିକ କମିଟି ପକ୍ଷରୁ ମଧ୍ୟ ଦୁର୍ଗାପୁର ପେଟ୍ରୋଲ ପମ୍ପ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବାସହ ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରାଯାଇଛି । ଏଥିରେ ଜିଲ୍ଲା କମିଟି ସଭ୍ୟ ମାନସ ପାଳଙ୍କ ସମେତ କୁମର ସାହୁ, ରବୀନ୍ଦ୍ର ସାହୁ, ଭରତ ନାଏକ, ଲମ୍ବୋଦର ପଣ୍ଡା, ଦୁଃଖବନ୍ଧୁ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *